ରାଜ୍ୟରେ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର (ଏସ୍ ନ୍ଯୁଜ): ୨୪ ଘଣ୍ଟା ମଧ୍ୟରେ ୧୪ ଜଣ ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ। ଏହାକୁ ନେଇ ୧୧୩୫ରେ ପହଁଚିଲା ମୋଟ୍ ମୃତକଙ୍କ ସଂଖ୍ୟା। ନୂଆ ୨୦୧୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

ଏପଟେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୮୩୬୪ରେ ପହଞ୍ଚିଛି।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୬୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୫୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।

ତେବେ ୩୦ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୬୯ଜଣ, ବରଗଡ଼ ଜିଲ୍ଲାରୁ ୭୭ଜଣ, ଭଦ୍ରକ ଜିଲ୍ଲାରୁ ୪୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୧ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୧୫୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୮ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୩୩ଜଣ, ଜଗତସିଂହପୁର ଜିଲ୍ଲାରୁ ୬୪ଜଣ, ଯାଜପୁର ଜିଲ୍ଲାରୁ ୭୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୩ଜଣ, କଳାହାଣ୍ଡି ଜିଲ୍ଲାରୁ ୬୯ଜଣ, କନ୍ଧମାଳ ଜିଲ୍ଲାରୁ ୩୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୧ଜଣ, କେନ୍ଦୁଝର ଜିଲ୍ଲାରୁ ୫୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮୩ଜଣ, କୋରାପୁଟ ଜିଲ୍ଲାରୁ ୪୧ଜଣ, ମାଲକାନଗିରି ଜିଲ୍ଲାରୁ ୨୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୦ଜଣ, ନୟାଗଡ଼ ଜିଲ୍ଲାରୁ ୪୦ଜଣ, ନୂଆପଡ଼ା ଜିଲ୍ଲାରୁ ୯୦ଜଣ, ପୁରୀ ଜିଲ୍ଲାରୁ ୩୦ଜଣ, ରାୟଗଡ଼ା ଜିଲ୍ଲାରୁ ୨୪ଜଣ, ସମ୍ବଲପୁର ଜିଲ୍ଲାରୁ ୫୨ଜଣ, ସୋନପୁର ଜିଲ୍ଲାରୁ ୬୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୯ଜଣ, ଷ୍ଟେଟ ପୁଲରୁ ୬୬ଜଣ ରହିଛନ୍ତି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୨୬୮୩୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୨୯୪୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୪୨୨୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୪୦୪୩୩୨୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।