ଭୁବନେଶ୍ୱର( ଏସ୍ ନ୍ୟୁଜ ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୬୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ନେଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୬,୫୯୬ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୦୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୫୫ଜଣ ଚିହ୍ନଟ ହୋଇଛନ୍ତି ।
୩୬୩ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫୦ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ଜିଲ୍ଲାରୁ ୨୩ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୨୦, ବରଗଡ଼ରୁ ୧୧, ଭଦ୍ରକରୁ ୭, ବଲାଙ୍ଗିରରୁ ୮, ବୌଦ୍ଧରୁ ୩, କଟକରୁ ୨୨, ଢେଙ୍କାନାଳରୁ ଜଣେ, ଗଜପତିରୁ ଜଣେ, ଗଞ୍ଜାମରୁ ୫, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୧୩, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୭, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୧୨, କୋରାପୁଟରୁ ଜଣେ, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୧୭, ନବରଙ୍ଗପୁରରୁ ୩, ନୟାଗଡ଼ରୁ ୨, ନୂଆପଡ଼ାରୁ ୭, ପୁରୀରୁ ୨୭, ସମ୍ବଲପୁରରୁ ୩୫ ଓ ସୋନପୁରରୁ ଜଣେ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଅନ୍ୟପଟେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୩୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୩୯କୁ ବୃଦ୍ଧି ପାଇଛି । ସୁନ୍ଦରଗଡ଼ରୁ ସର୍ବାଧିକ ୨ ଜଣ ଓ କଳାହାଣ୍ଡିରୁ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସେହିପରି ୩୬୩ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୩,୨୬,୫୯୬ରେ ପହଞ୍ଚିଥିବା ବେଳେ ୩,୨୧,୬୪୭ ଜଣ ସୁସ୍ଥ ହୋଇସାରିଛନ୍ତି। ୩,୦୫୭ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୩୯ରେ ପହଞ୍ଚିଛି।ଷ୍ଟେଟ ପୁଲରୁ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।