ରାଜ୍ୟରେ ନୂଆ ୩୨୫ ଆକ୍ରାନ୍ତ ଚିହ୍ନଟ, ୩ ମୃତ

ଭୁବନେଶ୍ବର(ଏସ୍ ନ୍ଯୁଜ) : ରାଜ୍ୟରେ ଆଜି ୩୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ଆଉ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୫୩ ଜଣ। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ମୃତକଙ୍କ ମଧ୍ୟରେ ଭୁବନେଶ୍ବର, ଢେଙ୍କାନାଳ, ବାଲେଶ୍ବର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଭୁବନେଶ୍ବରରୁ ୭୦ ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ବାଲେଶ୍ବରରୁ ୫୫ ବର୍ଷୀୟ ପୁରୁଷ, ଢେଙ୍କାନାଳରୁ ୪୭ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଅନ୍ୟପଟେ ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୧୮୭ଜଣ ଚିହ୍ନଟ ହୋଇଥିବାବେଳେ ୧୩୮ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ହଜାର ୮୬୭କୁ ବୃଦ୍ଧି ପାଇଛି।

ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ଜିଲ୍ଲାରୁ୩୨ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮ଜଣ, ବରଗଡ଼ ଜିଲ୍ଲାରୁ ୧୮ ଜଣ, ଭଦ୍ରକ ଜିଲ୍ଲା ରୁ ୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, କଟକରୁ ୧୯ ଜଣ, ଦେଓଗଡରୁ ୪ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂପୁର ଜିଲ୍ଲାରୁ ୧ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲା ରୁ ୪ ଜଣ, ନୂଆପଡ଼ା ଜିଲ୍ଲାରୁ ୧୮ ଜଣ, ପୁରୀ ଜିଲ୍ଲାରୁ ୪ ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲା ରୁ ୨ ଜଣ, ସୁନ୍ଦରଗଡରୁ ୩୩ ଜଣ ଏବଂ ଷ୍ଟେଟ ପୁଲ୍ରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ରାଜ୍ୟରେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୨ ହଜାର ୯୭୨ଜଣ। ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ହଜାର ୯୮୯ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।