ରାଜ୍ୟରେ ପୁଣି କାରଣରେ ଗଲା ୧୬ ଜୀବନ

ଭୁବନେଶ୍ୱର(ଏସ୍ ନ୍ୟୁଜ ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ପୁରୀରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଯାଜପୁର, ଗଞ୍ଜାମ, ଢେଙ୍କାନାଳ, କଟକ, ଭଦ୍ରକ, ବରଗଡ ଏବଂ ଅନୁଗୋଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୬୦୦୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୧୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୪ଜଣ, ବାଲେଶ୍ୱର ଜିଲ୍ଲାରୁ ୫୩ଜଣ, ବରଗଡ଼ ଜିଲ୍ଲାରୁ ୨୧ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୦ଜଣ, ବୌଦ୍ଧ ଜିଲ୍ଲାରୁ ଜଣ, କଟକ ଜିଲ୍ଲାରୁ ୪୯ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଝଣ, ଯାଜପୁର ଜିଲ୍ଲାରୁ ୨୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ୩୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୪୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୫ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୪୬ଜଣ, ପୁରୀ ଜିଲ୍ଲାରୁ ୨୯ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୭ଜଣ, ଷ୍ଟେଟ ପୁଲ୍‌ରୁ ୧୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୬୦୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୮୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୭୩୭୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୬୮୫୮୬୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।