ଆଜି ପୁଣି୧୦୪୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (ଏସ୍‌ ନ୍ୟୁଜ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି । ଗତକାଲି ହଜାରେ ତଳେ ଦୈନିକ ସଂକ୍ରମଣ ଥିବା ବେଳେ ଆଜି ପୁଣି ହଜାରେ ଟପିଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୦୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୦୫ ଓ ସ୍ଥାନୀୟ ଅଞ୍ଚଳରୁ ୪୩୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୮ ହଜାର ୯୯୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୭୧ ହଜାର ୩୯୧ ରହିଥିବା ବେଳେ ୧୦ ହଜାର ୯୮୮ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।