ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୭୪ ଛୁଇଁଲା

ଭୁବନେଶ୍ୱର(ଏସ୍ ନ୍ୟୁଜ): ଓଡ଼ିଶାରେ ଆଉ ୧୬ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୭୪ରେ ପହଞ୍ଚିଛି।

ମୃତକଙ୍କ ମଧ୍ୟରେ ବାଲେଶ୍ୱର ଓ ଭୁବନେଶ୍ୱରରୁ ୪ ଜଣ ଲେଖାଏଁ, କଳାହାଣ୍ଡି, ମୟୁରଭଞ୍ଜ ଓ ନୟାଗଡ଼ରୁ ୨ ଜଣ ଲେଖାଁଏ ଏବଂ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରୁ ଜଣେ ଲେଖାଏଁ ରହିଛନ୍ତି।