ରାଜ୍ୟର ସମସ୍ତ କୋଭିଡ ସେବା କେନ୍ଦ୍ର ବନ୍ଦ ହେବ

ଭୁବନେଶ୍ୱର : କରୋନା ଗ୍ରାଫ ତଳକୁ ଖସୁଥିବାରୁ ରାଜ୍ୟରେ ଚାଲୁ ରହିଥିବା ସମସ୍ତ ସରକାରୀ ଓ ବେସରକାରୀ କୋଭିଡ ସେବା କେନ୍ଦ୍ରଗୁଡ଼ିକୁ ବନ୍ଦ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ ଯଦି ଏକ କୋଭିଡ ସେବା କେନ୍ଦ୍ରରେ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବେ ସେମାନେ ସୁସ୍ଥ ହେବା ପର୍ଯ୍ୟନ୍ତ ତାହା ଚାଲୁ ରହିବ । ଏନେଇ ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦିପ୍ତ ମହାପାତ୍ର । ଏହି ଚିଠିରେ ସମସ୍ତ ସରକାରୀ ଓ ବେସରକାରୀ କୋଭିଡ୍‌ ସେବା କେନ୍ଦ୍ରଗୁଡ଼ିକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଡେଡିକେଟେଡ କୋଭିଡ କେୟାର ସେଣ୍ଟର ଓ ଡେଡିକେଟେଡ କୋଭିଡ ହେଲ୍‌ଥ ସେଣ୍ଟରଗୁଡ଼ିକ ଖୋଲା ରହିବ ବୋଲି ସ୍ପଷ୍ଟ କରାଯାଇଛି ।