ଭୁବନେଶ୍ୱର, (ଏସ୍ ନ୍ୟୁଜ): ରାଜ୍ୟରେ କରୋନା ମୃତ୍ୟୁରେ ବ୍ରେକ ଲାଗି ପାରୁନି । ଏଥିରେ ରୋକ୍ ଲଗାଇବା ପାଇଁ ସରକାର ବିଭିନ୍ନ ପ୍ରକାର ପଦକ୍ଷେପ ନେଉଛନ୍ତି । ମାତ୍ର ଏହି ସଂଖ୍ୟା କମୁନାହିଁ । ଏହା ଭିତରେ ଅଗଷ୍ଟ ପାଇଁ ଗାଇଡ ଲାଇନ୍ ବି ଆସି ସାରିଛି । ଏଥିରେ ସରକାର ଆହୁରି କୋହଳ ନୀତି ଅବଲମ୍ବନ କରିଛନ୍ତି । ଯାହା ଫଳରେ ଏହି ସଂଖ୍ୟା ଆଗକୁ ହୁଏତ ଆହୁରି ବଢ଼ି ବି ପାରେ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ତେବେ ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୯୬୬କୁ ବୃଦ୍ଧି ପାଇଛି । ଆଜି ଭଦ୍ରକ, କଟକ, ଖୋର୍ଦ୍ଧାରୁ ୮ ଜଣ ଲେଖାଏଁ, ପୁରୀ, ସୁନ୍ଦରଗଡ଼ରୁ ୭ ଜଣ ଲେଖାଏଁ, କେନ୍ଦ୍ରାପଡ଼ାରୁ ୪ ଜଣ, ଢେଙ୍କାନାଳ, ନୟାଗଡ଼ରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ବରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କୋରାପୁଟ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।