ରାଜ୍ୟରେ ୨୪ ଘଣ୍ଟାରେ ୬୪ ଜୀବନ ନେଲା କରୋନା

ଭୁବନେଶ୍ୱର, (ଏସ୍‌ ନ୍ୟୁଜ): ସରକାର ଯେତେ ପଦକ୍ଷେପ ନେଲେ ମଧ୍ୟ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୦ ତଳକୁ ଖସୁନି ।ପ୍ରତିଦିନ ୬୦ ଉପରେ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬ ହଜାର ୫୦୧ କୁ ବୃଦ୍ଧି ପାଇଛି ।ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୮, ବାଲେଶ୍ୱରରୁ ୬, କନ୍ଧମାଳରୁ ୪, କଟକ, ଯାଜପୁର, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀରୁ ୩ ଲେଖାଏଁ, ଅନୁଗୁଳ, ଦେବଗଡ଼ ଓ ଝାରସୁଗୁଡ଼ାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, ସମ୍ବଲପୁର ଓ ଗଞ୍ଜାମରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।