ଭୁବନେଶ୍ୱର, (ଏସ୍ ନ୍ୟୁଜ): ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ ରାଜ୍ୟରେ । ଏହା ମଧ୍ୟରେ ଆଜି ପୁଣି ୨୨୮୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୩୧୫ ଓ ସ୍ଥାନୀୟ ଅଞ୍ଚଳରୁ ୯୬୭ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୯ ହଜାର ୭୫୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୯ ହଜାର ୬୩୯ ରହିଥିବା ବେଳେ ୨୫ ହଜାର ୪୬୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୯୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।