ଭୁବନେଶ୍ୱର, (ଏସ୍ ନ୍ୟୁଜ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟାରେ ଲାଗୁନାହିଁ ବ୍ରେକ । ପ୍ରତିଦିନ କରୋନା ମୃତ୍ୟୁ ସଂଖ୍ୟା ୬୦ ଉପରେ ରହୁଚି । ସଂକ୍ରମଣ ହ୍ରାସ ପାଉଥିଲେ ବି ମୃତ୍ୟୁ ସଂଖ୍ୟାରେ ରୋକ୍ ଲାଗି ପାରୁନି ।ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଏହାରି ଭିତରେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬୧୬୮କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ୧୮ ଜଣ, କଟକରୁ ୧୦ ଜଣ, ପୁରୀରୁ ୯ ଜଣ, ମୟୂରଭଞ୍ଜରୁ ୬ ଜଣ, ଅନୁଗୁଳରୁ ୫ ଜଣ, ଯାଜପୁରୁ ଓ ଝାରସୁଗୁଡ଼ାରୁ ୩ ଜଣ ଲେଖାଏଁ, ଭଦ୍ରକ, ବଲାଙ୍ଗିର, ନୟାଗଡ଼ରୁ ୨ ଜଣ ଲେଖାଏଁ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଢେଙ୍କାନାଳରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।