୨୪ ଘଣ୍ଟାରେ ରାଜ୍ୟରେ ୬୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (ଏସ୍‌ ନ୍ୟୁଜ): ରାଜ୍ୟରେ ଥମୁନି କରୋନା ମୃତ୍ୟୁ ସଂଖ୍ୟା । ଲଗାତାର କିଛି ଦିନ ଧରି ମୃତ୍ୟୁ ସଂଖ୍ୟା ୬୦ ଉପରେ ରହୁଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬ ହଜାର ୬୩୦ କୁ ବୃଦ୍ଧି ପାଇଛି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କଟକରୁ ୧୨, ନୟାଗଡ଼ରୁ ୬, ଅନୁଗୁଳରୁ ୫, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀରୁ ୩ ଜଣ ଲେଖାଏଁ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବରଗଡ଼, ଯାଜପୁ. କଳାହାଣ୍ଡି ଓ ରାୟଗଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।