୨୪ ଘଣ୍ଟାରେ ରାଜ୍ୟରେ ୧୦୭୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (ଏସ୍‌ ନ୍ୟୁଜ): ରାଜ୍ୟରେ ଏବେ ଦୈନିକ ସଂକ୍ରମଣ ୧୫ ଶହ ରୁ ହ୍ରାସ ପାଇଛି । ୧୨ ଶହ ଭିତରେ ସଂକ୍ରମିତ ଙ୍କ ସଂଖ୍ୟା ରହୁଛି । ଏହାରି ମଧ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ହଜାର ୭୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୨୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୫୨ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରେ ଏହି ସଂଖ୍ୟା ରହିଛି ୧୪୭ । ଆଜି ୨୯ ଜିଲ୍ଲାରୁ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ କେହି ନୂଆ ଆକ୍ରାନ୍ତ ବାହାରି ନାହାନ୍ତି । ୨୭ ଜିଲ୍ଲାରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଭିତରେ ରହିଛି । ଏଥିରୁ ୧୫ ଜିଲ୍ଲାରେ ୧୦ ଭିତରେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ରାଜ୍ୟରେ ୬୮ହଜାର ୭୨୪ କୋଭିଡ୍ ଟେଷ୍ଟ ହୋଇଛି । ପଜିଟିଭ୍ ହାର ରହିଛି ୧.୫୬ ପ୍ରତିଶତ । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୯ଲକ୍ଷ ୯୦ହଜାର ୭୫କୁ ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୯ଲକ୍ଷ ୭୨ହଜାର ୭୧୦ ଆକ୍ରାନ୍ତ । ଏବେ ରାଜ୍ୟରେ ୧୦ହଜାର ୬୮୨ ଆକ୍ଟିଭ୍ କେସ୍ ରହିଛି ।