ଭୁବନେଶ୍ୱର, (ଏସ୍ ନ୍ୟୁଜ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୫୮ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।