ଆଜି ରାଜ୍ୟରେ ୬୮ ଜୀବନ ନେଲା କରୋନା

ଭୁବନେଶ୍ୱର, (ଏସ୍‌ ନ୍ୟୁଜ): ରାଜ୍ୟରେ ଏବେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୦ ତଳକୁ ଖସୁନାହିଁ । ପ୍ରତିଦିନ ଏହି ମୃତ୍ୟୁ ସଂଖ୍ୟା ୬୦ ପରେ ରହୁଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭,୭୬୫ କୁ ବୃଦ୍ଧି ପାଇଛି । ତେବେ ଆଜି କଟକ ଜିଲ୍ଲାରୁ ସର୍ବାଧିକ ୨୫ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରୁ ୭ ଜଣ ଲେଖାଏଁ, ଜଗତସିଂହପୁରରୁ ୬ ଜଣ, ଅନୁଗୁଳ ଓ ମୟୂରଭଞ୍ଜରୁ ୫ ଜଣ ଲେଖାଏଁ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ନୟାଗଡ଼ରୁ ୨ ଜଣ , ବୌଦ୍ଧ, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।