ଭୁବନେଶ୍ୱର, (ଏସ୍ ନ୍ୟୁଜ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲଗାତାର କମୁଥିବାବେଳେ ପାଉଥିଲେ ସୁଦ୍ଧା ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ ଅଛନ୍ତି । ଅନୁଗୁଳ, ବଲାଙ୍ଗୀର , କଟକ, ଗଞ୍ଜାମ, ଯାଜପୁର, ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଗଜପତି, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।