ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୨୦ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି !

ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ …

ଭୁବନେଶ୍ୱର : ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆସନ୍ତା ୪୮ ଘଣ୍ଟାରେ ପରେ ଏହା ଅଧିକ ଘନୀଭୂତ ହେବା ନେଇ ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ କାଳକ୍ରମେ ଲଘୁଚାପରେ ପରିଣତ ହେବ। ଦକ୍ଷିଣ -ପୂର୍ବ ପାଶ୍ୱର୍ବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୦ ତାରିଖ ବେଳକୁ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହୋଇ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ପଶ୍ଚିମକେନ୍ଦ୍ରୀୟ ଏବଂ ପାଶ୍ୱର୍ବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଆଡକୁ ଗତି କରିବ। ଲଘୁଚାପ ସୃଷ୍ଟିର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।