ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ୨୪ ଘଣ୍ଟାରେ ଲଘୁଚାପ

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ସମୁଦ୍ର ପତ୍ତନରୁ….

ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ସମୁଦ୍ର ପତ୍ତନରୁ ଏହା ବାୟୁମଣ୍ଡଳର ୫.୮ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଆଗାମୀ ୨୪ ଘଣ୍ଟା ଭିତରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସାରା ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓ ଉତ୍ତର ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ଏଥିପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ହେବା ନେଇ ସତର୍କ ସୂଚନା ଦିଆଯାଇଛି ।

ସେହିପରି ୮ ତାରିଖରେ ୯ଟି ଜିଲ୍ଲା ଓ ୯ ତାରିଖରେ ୧୬ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହି ଲଘୁଚାପ କ୍ଷେତ୍ର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବା ପରେ ଏହା ଉତ୍ତର, ଉତ୍ତର- ପଶ୍ଚିମ ଦିଗକୁ ଗତି କରି ଛତିଶଗଡ଼କୁ ମୁହାଁଇବ ବୋଲି ବିଭାଗ ସୂଚନା ଦେଇଛି । ଫଳରେ ଛତିଶଗଡ଼ର ଉପରମୁଣ୍ଡ ସମେତ ତଳମୁଣ୍ଡରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଆକଳନ କରାଯାଇଛି ।  ଯଦି ଲଘୁଚାପ ଅଧିକ ଘନୀଭୂତ ହୁଏ ତେବେ ଏହା ଅବପାତ କିମ୍ବା ଗଭୀର ଅବପାତର ରୂପ ନେଇପାରେ । ୯ରୁ ୧୫ ତାରିଖ ମଧ୍ୟରେ ଆଉ ଏକ ଲଘୁଚାପ ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ୨ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରଭାବ ଅନୁଭୂତ ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।