ପେଟ୍ରୋଲ ପମ୍ପ୍ ଅଗ୍ନିକାଣ୍ଡ: ତଦନ୍ତ ନିର୍ଦ୍ଦେଶ ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର(ଏସ୍ ନ୍ୟୁଜ): ରାଜଭବନ ନିକଟସ୍ଥ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ୍ ଅଗ୍ନିକାଣ୍ଡ ଘଟଣାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ଇଣ୍ଡିଆନ୍ ଅଏଲର ଅଧିକାରୀ ମାନଙ୍କ ସହ ଆଲୋଚନା କରି ତୁରନ୍ତ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛି ଧର୍ମେନ୍ଦ୍ର। ଏଥିସହ ସେ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

ଅନ୍ୟପଟେ ସମସ୍ତ ଆହତଙ୍କୁ ମାଗଣାରେ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ରାଜଭବନର ୨ କିମି ପରିମିତ ଅଞ୍ଚଳରେ ଲୋକଙ୍କ ପାଇଁ ଜରୁରୀ ସୂଚନା ଜାରି କରିଛି ପ୍ରଶାସନ। ସନ୍ଧ୍ୟା ଯାଏଁ ଘରୁ ନ ବାହାରିବାକୁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି। ନିଆଁ ଲାଗିଥିବା ଟାଙ୍କିରେ ଆଉ କିଛି ଗ୍ୟାସ ରହିଯାଇଥିବା ଆଶଙ୍କା ରହିଛି ।