160×600
160×600

ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜଧାନୀରେ ବନ୍ୟା ସାଙ୍ଗକୁ ଏବେ ଡେଙ୍ଗୁ ଭୟ ଘାରିଲାଣି । ଦୁଇ ସପ୍ତାହ ତଳେ ଦିନକୁ ହାରାହାରି ୩୦ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଏବେ ଏହି ସଂଖ୍ୟା ୫୦ ଛୁଇଁବାକୁ ବସିଛି । ସୋମବାର ୪୩, ମଙ୍ଗଳବାର ୪୬ ଓ ବୁଧବାର ୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହିସାବକୁ ନେଲେ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୫୦ରେ ପହଞ୍ଚିଛି ।