ଭୁବନେଶ୍ୱର: ଉତ୍ତର ପଶ୍ଚିମ ପାଶ୍ୱର୍ବର୍ତ୍ତୀ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତତ୍ସଂଲଗ୍ନ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସମୁଦ୍ର ମଧ୍ୟରେ ଏହି ଲଘୁଚାପକ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬କିମି ଯାଏଁ ବ୍ୟାପୀ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ୭ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ।