ଉତ୍ତର-ପୂର୍ବ ପାଶ୍ୱର୍ବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଏକ ସୁଦୃଶ ଲଘୁଚାପରେ ପରିଣତ ହୋଇଛି।
ଏହାପରେ ଏହା ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଅନ୍ୟପଟେ ଆରବ ସାଗରରେ ମଧ୍ୟ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସୁଦୃଶ ଲଘୁଚାପରେ ପରିଣତ ହୋଇଛି |