ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ସୌଜନ୍ୟମୂଳକ ସାକ୍ଷାତ

ଭୁବନେଶ୍ୱର : ପୁରୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଭେଟିବେ । ଭୁବନେଶ୍ୱରରେ ପହଞ୍ଚିବା ପରେ ସେ ପୁରୀ ଅଭିମୁଖେ ଯାଇଛନ୍ତି । ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କୁ ସେ ସୌଜନ୍ୟମୂଳକ ସାକ୍ଷାତ କରିବେ ଧର୍ମେନ୍ଦ୍ର ପ୍ରଧାନ ।

ରାଷ୍ଟ୍ରପତିଙ୍କ ସହ ଗୌଡ଼ୀୟ ମଠ ପରିଦର୍ଶନ କରିବା ପରେ ଶରଧାବାଲିଠାରେ ଆୟୋଜିତ ଶ୍ରୀମଦ୍ ଭକ୍ତିସିଦ୍ଧାନ୍ତ ଗୌଡ଼ୀୟ ସରସ୍ୱତୀ ଗୋସ୍ୱାମୀ ପ୍ରଭୁପାଦ ମହାରାଜଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଆୟୋଜିତ ତୃତୀୟ ବାର୍ଷିକୀ ଅଧିବେଶନ କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।