ପୃଥ୍ୱୀ-୨ର ପରୀକ୍ଷଣ ସଫଳ

ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର ପ୍ରତିରକ୍ଷା ଘାଟିର ୩ ନଂ ଲଞ୍ଚ ପ୍ୟାଡ୍‌ରୁ ବୁଧବାର ରାତି…

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର ପ୍ରତିରକ୍ଷା ଘାଟିର ୩ ନଂ ଲଞ୍ଚ ପ୍ୟାଡ୍‌ରୁ ବୁଧବାର ରାତି ୭ଟା ୩୦ରେ ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପୃଥ୍ୱୀ-୨ର ବ୍ୟବହାରିକ ପରୀକ୍ଷଣ ସଫଳ ହୋଇଛି । ଏହି କ୍ଷେପଣାସ୍ତ୍ର ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ।

ଡିଆରଡିଓର ରାଡାର, ଇଲେକ୍ଟ୍ରୋ ଅପ୍‌ଟିକାଲ ଟ୍ରାକିଂ ସିଷ୍ଟମ ଦ୍ୱାରା ଓଡ଼ିଶା ଉପକୂଳରେ ରହିଥିବା ଟେଲିମେଟ୍ରି ଷ୍ଟେସନ ସହାୟତାରେ ଏହି କ୍ଷେପଣାସ୍ତ୍ରର ଗତିପଥ ଉପରେ ନଜର ରଖାଯାଇଥିଲା । ଭୂ-ପୃଷ୍ଠରୁ ଭୂ-ପୃଷ୍ଠକୁ ଉତ୍‌କ୍ଷେପଣ କରାଯାଇପାରୁଥିବା ଏହି କ୍ଷେପଣାସ୍ତ୍ର ୩୫୦ କିମି ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିପାରିବ । ଏହା ୫୦୦ରୁ ୧ ଟନ୍‌ ପର୍ଯ୍ୟନ୍ତ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରଖିଛି । ପୃଥ୍ୱୀ-୨ର ଲମ୍ବ ୯ମିଟର, ଓସାର ୧୧୦ ସେଣ୍ଟିମିଟର ଓ ଓଜନ ୪.୬ ଟନ୍‌ ବୋଲି ଜଣାଯାଇଛି । ୨୦୦୩ ମସିହାରୁ ଭାରତୀୟ ସେନାରେ ଏହା ସାମିଲ ହୋଇଛି ।