ହସ୍ତାନ୍ତର ହେବନି ଏକାମ୍ର କାନନ ଜମି

ଭୁବନେଶ୍ୱର (ଏସ୍ ନ୍ୟୁଜ): ଶେଷରେ ସ୍ଥଗିତ ରହିଲା ଏକାମ୍ରକାନନ ଜମି ହସ୍ତାନ୍ତର ପ୍ରକ୍ରିୟା । ଉଦ୍ୟାନରେ କଙ୍କ୍ରିଟ୍ ଜଙ୍ଗଲ ନିର୍ମାଣ ପ୍ରସ୍ତାବକୁ ବିଭିନ୍ନ ମହଲରୁ ତୀବ୍ର ବିରୋଧ ହେବା ପରେ ଏପରି ନିଷ୍ପତ୍ତିରୁ ଓହରିଛି ଉଦ୍ୟାନ କୃଷି ବିଭାଗ ।

ଏକାମ୍ର କାନନରେ ପୂର୍ବ ଭଳି ସ୍ଥିତି ବଜାୟ ରଖିବାକୁ ସହକାରୀ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି ଉଦ୍ୟାନ କୃଷି ବିଭାଗ ନିର୍ଦ୍ଦେଶକ । ୨୦ ଏକର ୧୯୨ ଡିସିମିଲ୍ ଜମିକୁ ଜିଏ ଡିପାର୍ଟମେଣ୍ଟକୁ ହସ୍ତାନ୍ତର କରିବାକୁ ଚିଠି ହେବା ଖବର ପ୍ରଚାରିତ ହେବା ପରେ ବିଜେପି, କଂଗ୍ରେସ, ସ୍ଥାନୀୟ ବାସିନ୍ଦା ଏବଂ ପରିବେଶବିତ୍ ଏହାକୁ ପ୍ରବଳ ବିରୋଧ କରିଥିଲେ ।

ସୂଚନାଯୋଗ୍ୟ, ଭୁବନେଶ୍ୱର ଏକାମ୍ର ଉଦ୍ୟାନ ପରିସରରୁ ଗୋଟି ଏ ବି ଗଛ କଟାଯିବାକୁ ଦିଆଯିବନି। ଗଛ କଟାଗଲେ ନବୀନ ନିବାସ ଆଗରେ ସତ୍ୟାଗ୍ରହ ହେବ ବୋଲି ପୂର୍ବରୁ କଂଗ୍ରେସ ଓ ବିଜେପି ପକ୍ଷରୁ ଚେତାବନୀ ଦିଆଯାଇଥିଲା।