ଜାନୁଆରୀ ୩ରୁ ଖୋଲିବ ପ୍ରାଥମିକ ସ୍କୁଲ

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ଜାନୁଆରୀ ୩ରୁ ୧ମରୁ ୫ମ ଶ୍ରେଣୀ ଯାଏଁ ସମସ୍ତ ସ୍କୁଲ ଖୋଲିବ । ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ ୫ରୁ ୮ ତାରିଖ ପର୍ଯ୍ୟନ୍ତ ସମାଟିଭ-୧ ପରୀକ୍ଷା ହେବାର ଅଛି ସେହି ବିଦ୍ୟାଳୟ ୧୦ ଜାନୁୟାରୀରୁ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି । ଏଥିପାଇଁ ମଧ୍ୟାହ୍ନ ଭୋଜନ ନିମିତ୍ତ ଉଦ୍ଦିଷ୍ଟ ମଧ୍ୟାନ୍ତର ବିନା ବିଦ୍ୟାଳୟ ଗୁଡ଼ିକ ପୂର୍ବାହ୍ନ ୯ ଘଟିକାରୁ ମଧ୍ୟାହ୍ନ ୧୨ଘଟିକା ପର୍ଯ୍ୟନ୍ତ ଖୋଲା ରହିବ । ମଧ୍ୟାହ୍ନ ଭୋଜନ ଯୋଜନା ଅନ୍ତର୍ଗତ ଡ୍ରାଇ ରାସନ ଯୋଗାଣ କାର୍ଯ୍ୟକ୍ରମ ଅନ୍ୟ ଆଦେଶ ପ୍ରାପ୍ତ ପର୍ଯ୍ୟନ୍ତ ପୂର୍ବପରି ଜାରି ରହିବ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।