୧୧ ଜିଲ୍ଲାରେ ୨ ଦିନ ଧରି ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଆଜି ଓ କାଲି ୨ ଦିନ ଧରି ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଘଡ଼ଘଡ଼ି ଓ ବର୍ଷା ନେଇ ଆଜି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୧୧ ଜିଲ୍ଲା ହେଉଛି-କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ ଓ ରାୟଗଡ଼ା ।

ଏହ ସହ କାଲି ୬ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହି ୬ ଜିଲ୍ଲା ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼ ଓ କନ୍ଧମାଳ ।