ସରକାରୀ କର୍ମଚାରୀଙ୍କୁ ମହଙ୍ଗା ଭତ୍ତା

ଭୁବନେଶ୍ୱର: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ରାଜ୍ୟ ସରକର ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତକୁ ବୃଦ୍ଧି ପାଇଛି । ୨୦୨୧ ଜୁଲାଇରୁ ପିଛିଲା ଭାବରେ ଲାଗୁ ହେବ । ସଂଶୋଧିତ ହାରରେ ପେନସନ ପାଉଥିବା ଟି.ଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି ।

ଏହାଦ୍ୱାରା ପେନସନଭୋଗୀ ଉପକୃତ ହେବେ । ଏହା ସହିତ ସପ୍ତମ ବେତନ କମିସନ ବାବଦ ୩୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ ଯେ କର୍ମଚାରୀମାନେ ସପ୍ତମ ବେତନ କମିସନ ଅନୁଯାୟୀ ଜାନୁଆରି ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ବର୍ଦ୍ଧିତ ଦରମାର ୫୦ ପ୍ରତିଶତ ପାଇସାରିଛନ୍ତି । ଏହାଦ୍ୱାରା ରାଜ୍ୟର ୪ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ ।