ଭୁବନେଶ୍ୱର ଏମ୍‌ସରେ ମାଗଣାରେ ମିଳିବ ବ୍ୟୟବହୁଳ ଇକ୍‌ମୋ ଚିକିତ୍ସା

ଭୁବନେଶ୍ୱର,(ଏସ୍‌ ନ୍ୟୁଜ): ଭୁବନେଶ୍ୱର ଏମ୍‌ସରେ ମାଗଣାରେ ମିଳିବ ବ୍ୟୟବହୁଳ ଇକ୍‌ମୋ ଚିକିତ୍ସା। ଏହି ସେବା ରସନକାର୍ଡ଼ ଧାରୀ ଓ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଉପଲବ୍ଧ ହେବ। ଏମ୍‌ସ ଅଧୀକ୍ଷକ ସଚ୍ଚିଦାନନ୍ଦ ମହାନ୍ତି ଏହି ସୂଚନା ଦେଇଛନ୍ତି। ଏମ୍‌ସ ଅଧୀକ୍ଷକଙ୍କ କହିବା ଅନୁସାରେ କୌଣସି ଗରିବ ଲୋକ ପାଇଁ ଇକମୋ ଚିକିତ୍ସା ଦରକାର ହେଲେ ଆବଶ୍ୟକ କାଗଜପତ୍ର ଦେଖାଇଲେ ସମ୍ପୂର୍ଣ୍ଣ ମାଗଣା ଚିକିତ୍ସା କରାଯିବ।

ସୂଚନାରୁ ପ୍ରକାଶ, ମହାମାରୀ କରୋନାରେ ଗୁରୁତର ହେଉଥିବା ରୋଗୀଙ୍କ ପାଇଁ ବ୍ୟୟବହୁଳ ଇକ୍‌ମୋ ଚିକିତ୍ସା ଆବଶ୍ୟକ ହେଉଥିଲା। ଯେଉଁଥିପାଇଁ ଓଡ଼ିଶାରୁ ବହୁ ଗୁରୁତର ରୋଗୀ କୋଲକାତା, ଚେନ୍ନାଇ ପରି ସହରରେ ଥିବା ମେଡିକାଲ୍‌କୁ ଏୟାଲିଫ୍ଟି ହୋଇଥିଲେ। ରାଜ୍ୟରେ ଆବଶ୍ୟକତା ଦେଖି ସରକାର ଏସ୍‌ସିବି ବଡ଼ ମେଡିକାଲ୍‌, କ୍ୟାପିଟାଲ ମେଡିକାଲ୍‌ରେ ଇକ୍‌ମୋ ମେସିନ୍‌ ଇନ୍‌ଷ୍ଟଲ କରିଥିଲେ। ସେହିପରି ଏମ୍‌ସରେ ମଧ୍ୟ ଇକ୍‌ମୋ ମେସିନ୍‌ ଲାଗିଥିଲା। ଜୁଲାଇ ୧୫ ତାରିଖରୁ ଏମ୍‌ସରେ କାର୍ଯ୍ୟକ୍ଷମ ଇକମୋ କାର୍ଯ୍ୟକ୍ଷମ ହେଉଛି। ଏହାଦ୍ୱାରା ଲାଇଫ୍‌ ସପୋଟ୍‌ ଆବଶ୍ୟକ ହେଉଥିବା ରୋଗୀଙ୍କୁ ଆଉ ବ୍ୟୟବହୁ ଏୟାଏଫ୍ଟି କରିବାକୁ ପଡ଼ିବ ନାହିଁ ବୋଲି ଅନୁମାନ କରାଯାଉଛି।