ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ୬୭୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୭୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୧ଜଣ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୧୪୫୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୧୪୫୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୮୫୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୬୪୫୭୧ଜଣ ସୁସ୍ଥ ହୋଇଛନ୍ତି ।