ମନୋଜ ଆହୁଜାଙ୍କୁ ବିଦାୟୀ ସମ୍ବର୍ଦ୍ଧନା

ବିଦାୟୀ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ….

ଭୁବନେଶ୍ୱର: ବିଦାୟୀ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଉପଲକ୍ଷେ ବିଭାଗ ତରଫରୁ ଏକ ସମ୍ବର୍ଦ୍ଧନା ସଭା ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାରଙ୍କ ସମେତ ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ବିଦାୟୀ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟଶୈଳୀ, ପ୍ରଶାସନିକ ଦକ୍ଷତା, ବ୍ୟକ୍ତିତ୍ୱ ଓ ମାନବୀୟ ଆଦର୍ଶ ସଂପର୍କରେ ଆଲୋକପାତ କରିବା ସହିତ ଆଗାମୀ ଅବସରକାଳୀନ ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି। ବିଦାୟୀ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ଏହି ଅବସରରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ତାଙ୍କର କାର୍ଯ୍ୟକାଳ ସମୟରେ ସହଯୋଗ ପାଇଁ କୃତଜ୍ଞତା ଓ ଧନ୍ୟବାଦ ଜଣାଇଥିଲେ।