ଦିଗପହଣ୍ଡିରେ ମର୍ମନ୍ତୁଦ ଦୁର୍ଘଟଣା

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ୧୨ ଜୀବନ ଚାଲି ଯାଇଥିବା ବେଳେ ୮ ଜଣ ଗୁରୁତର ହୋଇଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳି ଯାଇଥିବା ବେଳେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏଥିସହ ମୃତକଙ୍କ ପରିବାରପାଇଁ ସହାୟତା ରାଶି ଘୋଷଣା କରାଯାଇଛି। ସମସ୍ତ ମୃତକଙ୍କ ସଂପର୍କୀୟଙ୍କୁ ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ପ୍ରଦାନ କରାଯିବ । ଏଥିସହ ଏହି ଦୁର୍ଘଟଣାରେ ୮ ଜଣ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।