ଲେଖାଶ୍ରୀଙ୍କ ନାଁରେ ଏତଲା ଦେଲେ ‘ଭାରତୀୟ ଭାଷା ଆପଣାନ୍ତୁ ଅଭିଯାନ’

ଭୁବନେଶ୍ୱର(ଏସ୍ ନ୍ୟୁଜ): ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପୁରୀ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିବା ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାରଙ୍କ ନାଁରେ ଥାନାରେ ଏତଲା । ‘ଭାରତୀୟ ଭାଷା ଆପଣାନ୍ତୁ ଅଭିଯାନ’ ପକ୍ଷରୁ ଲେଖାଶ୍ରୀଙ୍କ ବିରୋଧରେ ଏତଲା ଦିଆଯାଇଛି । ସଂଗଠନ ପକ୍ଷରୁ କ୍ୟାପିଟାଲ ଥାନାରେ ଏତଲା ଦିଆଯିବା ସହ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି ।

ଏଥିସହିତ ଲେଖାଶ୍ରୀ ସେ ଯେଉଁଭଳି ଭାବେ ପୁରୀକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି,ତୁରନ୍ତ ଯାଇ ବଡ଼ଦାଣ୍ଡରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ରାଜ୍ୟବାସୀଙ୍କୁ କ୍ଷମା ପ୍ରାର୍ଥନା କରିବାକୁ ଦାବି ହୋଇଛି ।ନହେଲେ ଆଗାମୀ ଦିନରେ ଜୋରଦାର ଆନ୍ଦୋଳନ ହେବ ବୋଲି ଭାରତୀୟ ଭାଷା ଆପଣାନ୍ତୁ ଅଭିଯାନ ପକ୍ଷରୁ କୁହାଯାଇଛି ।

ସେହିପରି ପୁରୀ ଟାଉନଥାନାରେ ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଏତଲା ଦାୟର କରାଯାଇଛି । ଲେଖାଶ୍ରୀ ସର୍ବ ସମ୍ମୁଖରେ କ୍ଷମା ପ୍ରାର୍ଥନା କରନ୍ତୁ ନହେଲେ ପୁରୀକୁ ପୁରାଇ ଦିଆଯିବ ନାହିଁ ବୋଲି ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଚେତାବନୀ ଦିଆଯାଇଛି ।