ରାଜ୍ୟରେ ଆଉ ୫ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୧୪ ଜଣ ଓମିକ୍ରନ୍‌ ଭ୍ୟାରିଆଣ୍ଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ଏ ନେଇ ISL ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି । ଦେଶରେ ଓମିକ୍ରନ୍‌ ଭ୍ୟାରିଆଣ୍ଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଥିବା ବେଳେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସତର୍କ ରହିବା ପାଇଁ କୁହାଯାଉଛି । ଦିଲ୍ଲୀ ସମେତ ମହାରାଷ୍ଟ୍ରରେ ମଧ୍ୟ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି ।

ପୂର୍ବରୁ କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଧ୍ୟ ଓଡିଶା ପ୍ରତି ସଂକ୍ରମଣ ଆଶଙ୍କା ଥିବାନେଇ ଚେତାବନୀ ଦିଆଯାଇଛି । ଇତି ମଧ୍ୟରେ ଗୁରୁବାର ପୁଣି ୫ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି । ପୂର୍ବରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।