ଖୁବଶୀଘ୍ର ରାଜ୍ୟରେ ଆଉ ୫ଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବ
ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ଯୋଗାଇବାକୁ କେନ୍ଦ୍ର ସରକାର ଅଙ୍ଗୀକାରବଦ୍ଧ…
ଭୁବନେଶ୍ୱର : ଓଡିଶାରେ ଆଉ ୫ଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବ । କୋଲ୍ ଇଣ୍ଡିଆର ସହଯୋଗରେ ବିଦ୍ୟାଳୟ ଖୋଲିବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତ । ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ଯୋଗାଇବାକୁ କେନ୍ଦ୍ର ସରକାର ଅଙ୍ଗୀକାରବଦ୍ଧ । କେନ୍ଦ୍ରୀୟ, ଏକଲବ୍ୟ ଓ ନବୋଦୟ ବିଦ୍ୟାଳୟ ମାଧ୍ୟମରେ ଗୁଣାତ୍ମକ ଶିକ୍ଷା ସମ୍ଭବ ।