ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ଜଣଙ୍କ ମୃତ୍ୟୁ

ରାଜ୍ୟରେ ସଂପ୍ରତି କରୋନାର ସ୍ଥିତି ସ୍ଥିର ରହିଛି| ରାଜ୍ୟରେ ବର୍ତ୍ତମାନ ଦୈନିକ ସଂକ୍ରମଣ ଏକ ହଜାର ତଳକୁ ରହୁଥିବା ବେଳେ ଭୁବନେଶ୍ୱର ଓ କଟକରେ ସାମାନ୍ୟ ଅଧିକ ରହୁଛି ।ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୨୧୪କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ଦୁଇଜଣ, କଟକ, ଯାଜପୁର ଓ ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତକଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।