ଆଜି ରାଜ୍ୟରୁ କରୋନାରେ ୫ ଜଣଙ୍କ ମୁର୍ତ୍ୟୁ

ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ରାଜ୍ୟରେ ସଂପ୍ରତି କରୋନାର ସ୍ଥିତି ସ୍ଥିର ରହିଛି । ଫଳରେ ମୃତ୍ୟୁସଂଖ୍ୟା, ଆକ୍ଟିଭ କେସ, ଆଇସିୟୁ ସଂଖ୍ୟା, ହସ୍ପିଟାଲାଇଜେସନ ସଂଖ୍ୟା କମୁଛି । ଯାହାକି ରାଜ୍ୟ ପାଇଁ ଆଶ୍ୱସ୍ତିକର ବିଷୟ ବୋଲି ଡାକ୍ତରମାନେ ମତ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଦୈନିକ ସଂକ୍ରମଣ ଏକ ହଜାର ତଳକୁ ରହୁଥିବା ବେଳେ ଭୁବନେଶ୍ୱର ଓ କଟକରେ ସାମାନ୍ୟ ଅଧିକ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୧୮୦କୁ ବୃଦ୍ଧି ପାଇଛି । ସୁନ୍ଦରଗଡ଼ରୁ ୩ ଜଣ ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।