ଖୋର୍ଦ୍ଧା ରୋଡ-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପକୁ ମିଳିଲା ଜଙ୍ଗଲ ମଞ୍ଜୁରୀ

ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ କାମ …

ଭୁବନେଶ୍ୱର: ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ କାମ ଅଧିକ ତ୍ବରାନ୍ବିତ ହେବ। ଏଥିପାଇଁ ଦଶପଲ୍ଲା ଏବଂ ପୁରୁଣାକଟକ ମଧ୍ୟରେ ଥିବା ୬୮ କିଲୋମିଟର ରେଳ ଲାଇନ ଜମିକୁ ଜଙ୍ଗଲ ଅନୁମୋଦନ ମିଳିଛି । ଏହି ପ୍ରକଳ୍ପ ବଲାଙ୍ଗୀର, ସୁବର୍ଣ୍ଣପୁର, ଫୁଲବାଣୀ, ବୌଦ୍ଧ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲାକୁ ସଂଯୋଗ କରିବ। ପଶ୍ଚିମ ଏବଂ ଉପକୂଳ ଓଡିଶା ମଧ୍ୟରେ ଆଉ ଏକ ରେଳ ସଂଯୋଗ ସ୍ଥାପନ କରିବ।