ପୂର୍ବତନ ସାଂସଦ କାର୍ତ୍ତିକେଶ୍ବର ପାତ୍ରଙ୍କ ପରଲୋକ

ଭୁବନେଶ୍ୱର(ଏସ୍ ନ୍ଯୁଜ) ପୂର୍ବତନ ସାଂସଦ ତଥା ବାଲେଶ୍ବରର ବରିଷ୍ଠ ରାଜନେତା କାର୍ତ୍ତିକେଶ୍ବର ପାତ୍ରଙ୍କ ପରଲୋକ ଘଟିଛି । ଅସୁସ୍ଥତା ଯୋଗୁଁ ତାଙ୍କୁ ଆମ୍ବୁଲାନ୍ସରେ ଭୁବନେଶ୍ୱର ନିଆଯାଉଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଭଦ୍ରକ ନିକଟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା ସେ ରାଜ୍ୟରେ ଜଣେ ପ୍ରବୀଣ କଂଗ୍ରେସ ନେତା ଭାବେ ପରିଚିତ।

ତେବେ ଗତ ତିନି ଚାରି ଦିନ ହେବ କାର୍ତ୍ତିକେଶ୍ୱର ଜ୍ୱରରେ ପୀଡିତ ହୋଇଥିଲେ। ଗତକାଲି ତାଙ୍କର କରୋନା ପରୀକ୍ଷା ରିପୋର୍ଟ ପଜିଟିଭ ଆସିଥିଲା। ସନ୍ଧ୍ୟାରେ ସେ ଅଚାନକ ଅଧିକ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ନିଆଯାଉଥିଲା। ସାଙ୍ଗରେ ତାଙ୍କ ପତ୍ନୀ ପୂର୍ବତନ ବିଧାୟିକା ଉମାରାଣୀ ପାତ୍ର ଏବଂ ଏକମାତ୍ର ପୁତ୍ର ଦେବାଶିଷ ପାତ୍ର ମଧ୍ୟ ଥିବା ଜଣାପଡିଛି ।