ଏପ୍ରିଲ ୧୦ରୁ ଯୁକ୍ତ୨ ଖାତା ଦେଖା

ଭୁବନେଶ୍ୱର : ଏପ୍ରିଲ ୧୦ ତାରିଖ ଠାରୁ ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ, କଳା ଓ ଧନ୍ଦାମୂଳକ ଶିକ୍ଷା ବିଷୟରେ ଖାତାଦେଖା ଆରମ୍ଭ ହେବ। ଖାତାଦେଖାକୁ ସରଳୀକରଣ କରିବାକୁ ଯାଇ ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ଏହାକୁ ବିଭକ୍ତ କରାଯାଇଛି। ଦୁଇଟି ପର୍ଯ୍ୟାୟରେ ଏହି କାମ କରାଯିବ। ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୧୦ରୁ ୨୨ ପ୍ରଥମ ପର୍ଯ୍ୟାୟ ଚାଲିବାକୁ ଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ଏପ୍ରିଲ ୨୩ରୁ ମେ’ ୭ ତାରିଖ ପର୍ଯ୍ୟନ୍ତ ମୂଲ୍ୟାୟନ ଜାରି ରହିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଏହା କୁହାଯାଇଛି। ଚଳିତ ବର୍ଷ ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ ଜରିଆରେ ହେବ ମୂଲ୍ୟାୟନ ବୋଲି ସୂଚନା ଦିଆଯାଇଛି।

ଗତମାସ ମାର୍ଚ୍ଚ ୧ ତାରିଖ ଠାରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିଲା। ମୋଟ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥରୁ କଳାରେ ୨ଲକ୍ଷ ୧୯ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ପରୀକ୍ଷାର୍ଥୀ ସାମିଲ ଥିଲେ।