ମେ ୧୫ ରୁ ରାଜ୍ୟରେ କଲବଲ କରିବ ତାତି

ଭୁବନେଶ୍ବର: ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୫ଡିଗ୍ରୀ ଅତିକ୍ରମ କରିବାର ଆଶଙ୍କା ରହିଛି। ଉପକୂଳ, ପଶ୍ଚିମ, ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବ। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ସମେତ ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକର କିଛି ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୧୫ତାରିଖରୁ ରାଜ୍ୟ ମଧ୍ୟକୁ ପଶ୍ଚିମ ତଥା ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କବାୟୁୂ ପ୍ରବାହ କରିବା ଦ୍ବାରା ବିଭିନ୍ନ ସ୍ଥାନରେ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବ।