ଆଜିଠୁ ରାଜ୍ୟରେ ବଢିବ ତାତି

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ତାତି ଓ ଗ୍ରୀଷ୍ମ ପ୍ରବାହରେ ଜନ ଜୀବନ ଅସ୍ତବ୍ୟସ୍ତ । ୩ରୁ ୫ ଡିଗ୍ରୀ ଯାଏ ବଢ଼ିପାରେ ଦିନ ତାପମାତ୍ରା । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜିଠୁ ୩ରୁ ୪ ଦିନ ପର୍ଯ୍ୟନ୍ତ ଦିନ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି । ହେଲେ ହିଟୱେଭର ସମ୍ଭାବନା ନାହିଁ। କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳବର୍ତ୍ତୀ ଅଧିକାଂଶ ସ୍ଥାନରେ ତାପମାତ୍ରା ବିଶେଷ ଅଧିକ ରହୁ ନଥିବା ବେଳେ ଆର୍ଦ୍ରତା ଅଧିକ ରହୁଥିବାରୁ ଗୁଳୁଗୁଳି ହେଉଛି ।