ଧରାକୋଟ ଶ୍ରୀ ରାଜ ଉଚ୍ଚ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତିପ୍ରସ୍ତର ସ୍ଥାପନ

ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ …

ଗଞ୍ଜାମ ଜିଲ୍ଲା ଧରାକୋଟ ଶ୍ରୀ ରାଜ ଉଚ୍ଚ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତିପ୍ରସ୍ତର ସ୍ଥାପନ
ଧରାକୋଟ, (ଗଣେଶ ପାଣିଗ୍ରାହୀ ରିପୋର୍ଟ): ଗଞ୍ଜାମ ଜିଲ୍ଲା ଧରାକୋଟ ସ୍ଥିତ ଶ୍ରୀ ରାଜ ଉଚ୍ଚ ବିଦ୍ୟାଳୟ ପରିସରରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସାନଖେମୁଣ୍ଡି ବିଧାୟକ Ramesh Jena ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭିତିପ୍ରସ୍ତର ସ୍ଥାପନ କରିଥିଲେ।

ବିଧାୟକ ଶ୍ରୀ ଜେନା ଶିକ୍ଷାର ବିକାଶ ଓ ଆଧୁନିକ ଭିତ୍ତିଭୂମି ଗଠନ ଉପରେ ଗୁରୁତ୍ୱାରୋପ କରି କହିଥିଲେ ଯେ, ଏହି ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ ହେଲେ ସ୍ଥାନୀୟ ଅଞ୍ଚଳର ଛାତ୍ରଛାତ୍ରୀମାନେ ଉନ୍ନତ ଶିକ୍ଷା ସୁବିଧା ପାଇପାରିବେ। କାର୍ଯ୍ୟକ୍ରମରେ ସ୍ଥାନୀୟ ଜନପ୍ରତିନିଧି, ଶିକ୍ଷକ, ଅଭିଭାବକ ଓ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

ନୂତନ ବିଦ୍ୟାଳୟ ଭବନ ନିର୍ମାଣ ଦ୍ୱାରା ଶିକ୍ଷା କ୍ଷେତ୍ରରେ ଅଧିକ ଉନ୍ନତି ହେବା ସହ ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ତମ ଶିକ୍ଷା ପରିବେଶ ସୃଷ୍ଟି ହେବ ବୋଲି ଆଶା ପ୍ରକାଶ ପାଇଛି।