ମମିତା ହତ୍ୟାକାଣ୍ଡ ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଜେଲରେ ଆତ୍ମହତ୍ୟା

ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ…

ଭୁବନେଶ୍ୱର: ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା । କଣ୍ଟାବାଞ୍ଝି ଜେଲରେ ଆତ୍ମହତ୍ୟା କରିଛନ୍ତି ଗୋବିନ୍ଦ । ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି ଗୋବିନ୍ଦ । କଣ୍ଟାବାଞ୍ଝି ମେଡିକାଲରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି ।

ତେବେ ଗୋବିନ୍ଦ କେଉଁ କାରଣରୁ ଆତ୍ମହତ୍ୟା କଲେ ତାହା ଏଯାଏଁ ଅସ୍ପଷ୍ଟ ରହିଛି । ଆଜି ଜେଏମଏଫସି କୋର୍ଟରେ ହାଜର ହୋଇଥାନ୍ତେ ଗୋବିନ୍ଦ । କିନ୍ତୁ ଏହା ପୂର୍ବରୁ ଗୋବିନ୍ଦ ଆତ୍ମହତ୍ୟା କରିଛନ୍ତି । ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ଜେଲରେ ସଜା କାଟୁଥିଲେ ଗୋବିନ୍ଦ ।

ମହାଲିଙ୍ଗ କଲେଜର ଅଧ୍ୟକ୍ଷା ମମିତା ମେହେରଙ୍କୁ ଅତି ବିଭତ୍ସ ଭାବେ ହତ୍ୟା କରି ପଡିଆରେ ଗାତ କରି ପୋଡିବା ସହ ପୋତି ଦେଇଥିଲେ ଗୋବିନ୍ଦ ।

#Mamita Murder Case