ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର

ରାୟଗଡା(ଏସ ନ୍ୟୁଜ ): କାର୍ଯ୍ୟରେ ଅବହେଳା ପାଇଁ ଗୁଣୁପୁର ତହସିଲଦାର ତହସିଲଦାରଙ୍କୁ ନିଲମ୍ବିତ କଲେ ରାଜ୍ୟ ସରକାର । ରାୟଗଡା ଜିଲ୍ଲା ଗୁଣପୁର ତହସିଲଦାର ଲକ୍ଷ୍ମୀ ନାରାୟଣ ସାବତ ନିଲମ୍ବିତ ହୋଇଛନ୍ତି । ଗତ ଶୁକ୍ରବାର ଦିନ ଓକିଲଗୁଡା ପଥର ଖାଦାନରେ ବିସ୍ଫୋରଣ ଘଟି ତିନି ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା । ସେହି ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ନିଲମ୍ବିତ କରାଯାଇଥିବା ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ରାୟଗଡା ଓକିଲଗୁଡା ପଥର ଖାଦାନରେ ପଥର ଫଟାଇବା ବେଳେ ବଡ଼ ଧରଣର ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଗୁରୁତର ହୋଇଥିଲେ । ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ରହିଥିଲ ।