ବାଲୁକାକଳାରେ ମୋଦୀଙ୍କୁ ଜନ୍ମଦିନ ଶୁଭେଚ୍ଛା

ଭୁବନେଶ୍ୱର,,(ଏସ୍ ନ୍ୟୁଜ୍): ୭୧ ବର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଦାମୋଦର ମୋଦୀ ପାଦ ଥାପିଛନ୍ତି । ଜନ୍ମଦିନରେ ଚାରିଆଡୁ ମୋଦୀଙ୍କୁ ଛୁଟିଛି ଶୁଭେଚ୍ଛାର ସୁଅ। ଏହି ଅବସରରେ ସୋସିଆଲ ମିଡିଆରେ ତାଙ୍କ ପାଖକୁ ତାପରେ ତାପରେ ଅସଂଖ୍ୟ ଶୁଭେଚ୍ଛାର ସୁଅ ଛୁଟୁଛି । ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ଦେଶର ସାଧାରଣ ନାଗରିକ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ତେବେ ଟିକେ ନିଆରା ଢଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଜଣାଶୁଣା ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ।
ପୁରୀର ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି। ତାଙ୍କ ବାଲୁକା କଳାରେ ପ୍ରଧାନମନ୍ତ୍ରୀଙ୍କ ଛବି ରହିଛି। ଇଂରାଜୀରେ ‘ହାପି ବାର୍ଥଡେ’ ମୋଦିଜୀ’ ଲେଖାଯାଇଛି। ଏହି ବାଲୁକା କଳାରେ ସୁନ୍ଦର ନିଆରାପଣ ହେଉଛି ଯେ ଏଥିରେ ସେ ଛୋଟ ଛୋଟ ଶଙ୍ଖ ଓ ଶାମୁକାର ବ୍ୟବହାର କରିଛନ୍ତି।