ଆରମ୍ଭ ହେଲା ‘ହର୍‌ ଘର୍‌ ତ୍ରିରଙ୍ଗା ଅଭିଯାନ’

ଆଜାଦୀ କା ଅମୃତ ମହୋତ୍ସବ

ଗଣମାଧ୍ୟମ ପ୍ରକୋଷ୍ଠ ତରଫରୁ ସାମ୍ବାଦିକ ଭାଇଭଉଣୀଙ୍କୁ ଜାତୀୟ ପତାକା ପ୍ରଦାନ

ଭୁବନେଶ୍ୱର: ସ୍ୱାଧୀନତାର ୭୫ବର୍ଷ ପୂର୍ତି ଅବସରରେ ସମଗ୍ର ଭାରତବର୍ଷ ଆଜି ଆଜାଦିକା ଅମୃତ ମହୋତ୍ସବ ପାଳନ କରୁଛି । ସ୍ୱାଧିନତା ସଂଗ୍ରାମୀଙ୍କ ତ୍ୟାଗ ଓ ଅବଦାନକୁ ମନେ ପକାଇ ଅମୃତ ମହୋତ୍ସବକୁ ସ୍ମରଣୀୟ କରିବା ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡାଙ୍କ ନିର୍ଦ୍ଦେଶକ୍ରମେ ଆଜିଠାରୁ ‘ହର୍‌ ଘର ତ୍ରିରଙ୍ଗା’ ଅଭିଯାନ ଆରମ୍ଭ ହୋଇଛି । ରାଜ୍ୟ କାର୍ଯ୍ୟାଳୟଠାରୁ ଆରମ୍ଭ କରି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଏବଂ ସମସ୍ତ କାର୍ଯ୍ୟକର୍ତା ଆଜି ନିଜ ନିଜ ଘରେ ତ୍ରିରଙ୍ଗା ପତାକା ଉତୋଳନ କରିଛନ୍ତି ।

ରାଜ୍ୟ ସଭାପତି ଶ୍ରୀ ମହାନ୍ତି ଆଜି ଭୁବନେଶ୍ୱରସ୍ଥିତ ନିଜ ବାସଭବନରେ ତ୍ରିରଙ୍ଗା ପତାକା ଉତୋଳନ କରିଥିଲେ । ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର ଓ ଡ.ଲେଖାଶ୍ରୀ ସାମନ୍ତସିଂହାର, ବରିଷ୍ଠ ନେତ୍ରୀ ସୁରମା ପାଢୀ, ବରିଷ୍ଠ ନେତା ରଞ୍ଜନ ପଟେଲ, ରାଜ୍ୟ ମୁଖପାତ୍ର ବିରଂଚି ତ୍ରିପାଠୀ, ଡ.ଯତୀନ ମହାନ୍ତି, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ ଓ ସହମୁଖ୍ୟ ସୁଜିତ ଦାସ, ରାଜ୍ୟ କାର୍ଯ୍ୟକାରୀଣ ସଦସ୍ୟ ଲକ୍ଷ୍ମଣ ପଣ୍ଡାଙ୍କ ସମେତ ବହୁ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ । ଆଜି ବିଜେପି ଗଣମାଧ୍ୟମ ପ୍ରକୋଷ୍ଠ ତରଫରୁ ସାମ୍ବାଦିକ ଭାଇଭଉଣୀଙ୍କୁ ଜାତୀୟ ପତାକା ପ୍ରଦାନ କରାଯାଇଥିଲା ।