ଭୁବନେଶ୍ବର : ଓଡିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ତଥା ବାର୍ ଆସୋସିଏସନ୍ର ପୂର୍ବତନ ସଭାପତି ଅଶୋକ ମହାପାତ୍ରଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି।
ଅଶୋକ ମହାପାତ୍ରଙ୍କ ହେବ ଅସୁସ୍ଥ ହେବାରୁ ପରିବାର ଲୋକେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।