ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସହ ପବନ ଆଶଙ୍କା

ପାଣିପାଗ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି…..

ଭୁବନେଶ୍ୱର: ପଶ୍ଚିମବଙ୍ଗରୁ ଉତ୍ତର ଓଡ଼ିଶା ମଧ୍ୟରେ ସମୁଦ୍ରପତନଠାରୁ ଦେଢ଼କିଲୋମିଟର ଉପରେ ଏକ ଚାପବଳୟ ସୃଷ୍ଟି ହେବାରୁ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

ବିଶେଷକରି ଯାଜପୁର, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତ୍‍ସିଂହପୁର, ସୁନ୍ଦରଗଡ, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ, ନୟାଗଡ ଏବଂ ଖୋର୍ଦ୍ଧା ଜିଲ୍ଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ସହ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।