ଭୁବନେଶ୍ୱର: ଆଜି ଅବପାତର ରୂପନେବ ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ଆଜି ସନ୍ଧ୍ୟା ସୁଦ୍ଧା ଖେପୁପାରା ଠାରେ ବାଂଲାଦେଶ ଉପକୂଳ ଅତିକ୍ରମ କରିବା ସହ ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ମଧ୍ୟ ଦେଇ ଗତିକରିବା ସମ୍ଭାବନା। ତେବେ ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।